Marknadens största urval
Snabb leverans

Hamsaduta

Om Hamsaduta

'ହଂସଦୂତ' ସଂସ୍କୃତ ସାହିତ୍ୟର ଗୋଟିଏ ପ୍ରତିଷ୍ଠିତ ଦୂତକାବ୍ୟ । ମହାକବି କାଳିଦାସଙ୍କର 'ମେଘଦୂତ'ର ଅନୁସରଣରେ ଦୂତକାବ୍ୟ ସୃଷ୍ଟି ହେବାର ପରମ୍ପରା ଆରମ୍ଭ ହୋଇଥିଲା । ବୈଷ୍ଣବ ଯୁଗର ସମସ୍ତ କାବ୍ୟ ଗଢ଼ିଉଠିଛି ରାଧାକୃଷ୍ଣଙ୍କ ପ୍ରେମର ଅଫୁରନ୍ତ ଲୀଳା ରହସ୍ୟକୁ ଅବଲମ୍ବନ କରି; ତାହା ବୋଲି ବୈଷ୍ଣବ ପ୍ରେମକାବ୍ୟ ଖାଲି ବୈକୁଣ୍ଠର ସଂପଦ ନୁହେଁ । ପାର୍ôଥବ ଜୀବନର ଦୈନନ୍ଦିନ ଗତିପଥରେ ନରନାରୀଙ୍କର ହୃଦୟରେ ଯେଉଁ ଚିରନ୍ତନ ପ୍ରେମର ଘାତପ୍ରତିଘାତ ଚାଲିଛି, ତା'ର ଅନ୍ତରରେ ନିଗୂଢ଼ ସତ୍ୟ ରୂପାୟିତ ହୋଇଛି ଦେବତାଙ୍କ ଉଦ୍ଦେଶ୍ୟରେ ଗୁନ୍ଥା ସେହି ପ୍ରେମର ପୁଷ୍ପ-ମାଳାରେ । ଦେବତାଙ୍କ ଉଦ୍ଦେଶ୍ୟରେ ରଚିତ ପ୍ରେମ-କାବ୍ୟର ସେହି ଖଣିରେ ଲୁଚି ରହିଛି ମଣିଷ ପ୍ରାଣର କଥା । ରୂପ ଗୋସ୍ୱାମୀଙ୍କର 'ହଂସଦୂତ' ସେହି ପ୍ରେମକାବ୍ୟର ଗୋଟିଏ ଶ୍ରେଷ୍ଠ ନିଦର୍ଶନ । ଉଲ୍ଲିଖିତ ଦୂତକାବ୍ୟଗୁଡ଼ିକ ମଧ୍ୟରେ 'ହଂସଦୂତ' ବେଶ୍ ସୁନାମ ଅର୍ଜନ କରିଛି । 'ହଂସଦୂତ'ର ରଚନାକାର ରୂପଗୋସ୍ୱାମୀ ଚୈତନ୍ୟ ମହାପ୍ରଭୁଙ୍କର ପରମ ଅନୁଯାୟୀ ସନାତନ ଗୋସ୍ୱାମୀଙ୍କର ଅନୁଜ । ଗୌଡ଼ୀୟ ବୈଷ୍ଣବ ସଂପ୍ରଦାୟର ଷଡ଼ ଗୋସ୍ୱାମୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ରୂପ ଗୋସ୍ୱାମୀ ।

Visa mer
  • Språk:
  • Oriya
  • ISBN:
  • 9781645605294
  • Format:
  • Häftad
  • Utgiven:
  • 14 Mars 2024
  • Mått:
  • 140x216x7 mm.
  • Vikt:
  • 159 g.
  Fri leverans
Leveranstid: 2-4 veckor
Förväntad leverans: 17 Juli 2024

Beskrivning av Hamsaduta

'ହଂସଦୂତ' ସଂସ୍କୃତ ସାହିତ୍ୟର ଗୋଟିଏ ପ୍ରତିଷ୍ଠିତ ଦୂତକାବ୍ୟ । ମହାକବି କାଳିଦାସଙ୍କର 'ମେଘଦୂତ'ର ଅନୁସରଣରେ ଦୂତକାବ୍ୟ ସୃଷ୍ଟି ହେବାର ପରମ୍ପରା ଆରମ୍ଭ ହୋଇଥିଲା । ବୈଷ୍ଣବ ଯୁଗର ସମସ୍ତ କାବ୍ୟ ଗଢ଼ିଉଠିଛି ରାଧାକୃଷ୍ଣଙ୍କ ପ୍ରେମର ଅଫୁରନ୍ତ ଲୀଳା ରହସ୍ୟକୁ ଅବଲମ୍ବନ କରି; ତାହା ବୋଲି ବୈଷ୍ଣବ ପ୍ରେମକାବ୍ୟ ଖାଲି ବୈକୁଣ୍ଠର ସଂପଦ ନୁହେଁ । ପାର୍ôଥବ ଜୀବନର ଦୈନନ୍ଦିନ ଗତିପଥରେ ନରନାରୀଙ୍କର ହୃଦୟରେ ଯେଉଁ ଚିରନ୍ତନ ପ୍ରେମର ଘାତପ୍ରତିଘାତ ଚାଲିଛି, ତା'ର ଅନ୍ତରରେ ନିଗୂଢ଼ ସତ୍ୟ ରୂପାୟିତ ହୋଇଛି ଦେବତାଙ୍କ ଉଦ୍ଦେଶ୍ୟରେ ଗୁନ୍ଥା ସେହି ପ୍ରେମର ପୁଷ୍ପ-ମାଳାରେ । ଦେବତାଙ୍କ ଉଦ୍ଦେଶ୍ୟରେ ରଚିତ ପ୍ରେମ-କାବ୍ୟର ସେହି ଖଣିରେ ଲୁଚି ରହିଛି ମଣିଷ ପ୍ରାଣର କଥା ।
ରୂପ ଗୋସ୍ୱାମୀଙ୍କର 'ହଂସଦୂତ' ସେହି ପ୍ରେମକାବ୍ୟର ଗୋଟିଏ ଶ୍ରେଷ୍ଠ ନିଦର୍ଶନ । ଉଲ୍ଲିଖିତ ଦୂତକାବ୍ୟଗୁଡ଼ିକ ମଧ୍ୟରେ 'ହଂସଦୂତ' ବେଶ୍ ସୁନାମ ଅର୍ଜନ କରିଛି । 'ହଂସଦୂତ'ର ରଚନାକାର ରୂପଗୋସ୍ୱାମୀ ଚୈତନ୍ୟ ମହାପ୍ରଭୁଙ୍କର ପରମ ଅନୁଯାୟୀ ସନାତନ ଗୋସ୍ୱାମୀଙ୍କର ଅନୁଜ । ଗୌଡ଼ୀୟ ବୈଷ୍ଣବ ସଂପ୍ରଦାୟର ଷଡ଼ ଗୋସ୍ୱାମୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ରୂପ ଗୋସ୍ୱାମୀ ।

Användarnas betyg av Hamsaduta



Gör som tusentals andra bokälskare

Prenumerera på vårt nyhetsbrev för att få fantastiska erbjudanden och inspiration för din nästa läsning.